Wednesday, January 22, 2025
19.2 C
Brahmapur

ଭିଜିଲାନ୍ସ ଜଳରେ ପ୍ରଦୀପ…

Share

କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଥିବା ଜଣାପଡିଛି । ସୂଚନା ଯେ, ଭୁବନେଶ୍ୱର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା । ଏଥିସହ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା । ଭିଜିଲାନ୍ସ ଚଢାଉ ବେଳେ ତାଙ୍କର ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ଥିବା ଜଣାପଡ଼ିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ କରାଯାଇଥିଲା । ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ କରାଯାଇଥିଲା । ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ ହୋଇଥିଲା ।

Read more

Local News