କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବର୍ଦ୍ଧିତ ଦରମା ଜାନୁଆରୀ ୨୦୨୩ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ ସରକାର ।