Thursday, January 23, 2025
18.2 C
Brahmapur

ଖୋଲିଲା ଆନନ୍ଦବନ : ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…

Share

ଖୋଲିଲା ଆନନ୍ଦବନ । ରାଜ୍ୟବାସୀଙ୍କ କଳିଙ୍ଗ ନଗରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନନ୍ଦବନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ନଗର ବନଖଣ୍ଡ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ ଓ ଓଏମସିର ମିଳିତ ସହଯୋଗରେ ଏହାର ଉନ୍ନତୀକରଣ କାର୍ଯ୍ୟ କରାଯାଇଛି । ଏହି ଆନନ୍ଦବନ ଶଙ୍କରପୁର ମୌଜାରେ ପ୍ରାୟ ୯୦ ଏକର ଅଞ୍ଚଳରେ ବିକଶିତ ହୋଇଛି । ୩୦ କୋଟି ଟଙ୍କା ବ୍ୟୟର ଏହି ଆନନ୍ଦବନ ରାଜଧାନୀବାସୀଙ୍କୁ ସୁରମ୍ୟ ଅରଣ୍ୟର ଆନନ୍ଦ ଦେବ । ସବୁଜ ବନାନୀକୁ ସଂରକ୍ଷିତ କରିବା ସହ ଏକ ସୁସ୍ଥ ସହରୀ ବାତାବରଣରେ ପ୍ରାକୃତିକ ପରିବେଶ ହେଉଛି ଆନନ୍ଦବନ । 5T ଉପକ୍ରମରେ ଏହି ଆନନ୍ଦବନର ବିକଶିତ କରାଯାଇଛି । ସକାଳ ୫ଟାରୁୁ ଦିନ ୧୧ଟା ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଲୋକମାନଙ୍କ ପାଇଁ ଖୋଲା ରହିବ । ଏଠାରେ ସାଇକେଲିଂ ସହ, ଜଙ୍ଗଲ ବୁଲିବାର ମଜା ନେଇ ପାରିବେ ଲୋକମାନେ । ଶୌଚାଳୟ, ଫୁଡ ଜୋନ, ବର୍ଷା ଆଶ୍ରୟସ୍ଥଳ, ପାର୍କିଂ ଭଳି ବ୍ୟବସ୍ଥା ରହିଛି । ଆନନ୍ଦବନରେ ୫ଟି ଗେଟ ରହିଛି । ଜଙ୍ଗଲ ସୁରକ୍ଷା ପାଇଁ ସିସିଟିଭି କ୍ୟାମେରା ସହ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି । ଏହାସହ ଜଙ୍ଗଲ ଭିତରେ ମୟୂର, ଠେକୁଆ ଓ ସାପ ଆଦି ଜୀବଜନ୍ତୁଙ୍କୁ ବି ଦେଖିବାକୁ ମିଳିବ । ଏହା ମହାନଗରୀ, ବନଖଣ୍ଡ ଓ ଓଡ଼ିଶା ମାଇନିଂ କର୍ପୋରେସନ ବିଭାଗର ମିଳିତ ଉଦ୍ୟମର ଏକ ସଫଳ କୃତ୍ରିମ ପ୍ରାକୃତିକ ପରିବେଶ । ବିଶୁଦ୍ଧ ଅମ୍ଳଜାନର ଭଣ୍ଡାର ପାଲଟିଛି ଆନନ୍ଦବନ । ବୃକ୍ଷଲତାରେ ପରିପୂର୍ଣ୍ଣ ଏହି ଜଙ୍ଗଲରେ ପକ୍ଷୀଙ୍କର କିଚିରିମିଚିରି ଶବ୍ଦ ଶୁଣିବାକୁ ମିଳିବ । ପ୍ରାକୃତିକ ପରିବେଶ ମଧ୍ୟରେ ରହିଛି ଔଷଧୀୟ ବୃକ୍ଷ ସାଙ୍ଗକୁ ଫୁଲଗଛର ସମ୍ଭାର । ଏହାର ଗୋଟିଏ ପାର୍ଶ୍ବରେ ୬୦ ଏକର ଓ ରାସ୍ତାର ଅନ୍ୟ ପାର୍ଶ୍ବରେ ୩୦ ଏକର ଜଙ୍ଗଲ । ଉଭୟ ପାର୍ଶ୍ବକୁ ଯୋଡିବା ପାଇଁ ନିର୍ମାଣ ହୋଇଛି ଫୁଟ ଓଭର ବ୍ରିଜ । କୃତ୍ରିମ ଉପାୟରେ ଏହାର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କରାଯାଇଛି ।

Read more

Local News