Thursday, January 23, 2025
17.3 C
Brahmapur

ବାଣ ବିସ୍ଫୋରଣରେ ଆହତଙ୍କୁ ମିଶିଲେ ମୁଖ୍ୟମନ୍ତ୍ରୀ… 

Share

ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତ ହୋଇଥିବା ଲୋକଙ୍କୁ ମିଶିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରି ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି । ତେବେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏପର୍ଯ୍ୟନ୍ତ ଏହି ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇ ଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅନେକଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେମାନଙ୍କୁ କଟକ, ଭୁବନେଶ୍ବର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲି ଥିବାବେଳେ ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି । ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି । ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Read more

Local News