ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ସମସ୍ତଙ୍କ ଉପସ୍ଥିତିରେ ଉଦଘାଟନ କରିଛନ୍ତି । ଏହାପରେ ଅଯୋଧ୍ୟା ଧାମ ଷ୍ଟେସନରେ ସବୁଜ ପତାକା ଦେଖାଇ ଅମୃତ ଭାରତ ଟ୍ରେନ ଓ ବନ୍ଦେ ଭାରତ ଟ୍ରେନ ଯାତ୍ରା ଆରମ୍ଭ କରିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ରେଳଷ୍ଟେସନ ସମସ୍ତଙ୍କ ପାଇଁ ଉର୍ଦ୍ଦିଷ୍ଟ ଏବଂ ଏହି ଷ୍ଟେସନରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଅତ୍ୟାଧୁନିକ ସୁବିଧା ସୁଯୋଗ ମଧ୍ୟ ରହିଛି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ରାଜ୍ୟପାଳ ଆନନ୍ଦିବେନ ପଟେଲ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତ ରହିଥିଲେ ।