ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ । କିଭଳି ଶୃଙ୍ଖଳିତ ଭାବେ ସ୍ନାନଯାତ୍ରା ହୋଇପାରିବ ସେ ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି, ୨୨ଜଣ ଡିଏସପି, ୨୯୦ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୋଲିସ ଫୋର୍ସ ମୁତୟନ କରାଯିବ । ୧୧୨ ହେଉଛି ପୋଲିସ ହେଲପ୍ ଲାଇନ୍ ନମ୍ବର । ଶ୍ରୀମନ୍ଦିର ଭିତର ବେଢା଼ରେ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଵାହାର ବେଢା଼ରେ ଚତୁର୍ପାର୍ଶ୍ୱରେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଟ୍ରାଫିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଭିଆଇପି ଓ ଭିଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମରଚିକଟ ଛକରୁ ହୋଇଥିବା ବ୍ୟାରିକେଡରେ ପ୍ରବେଶ କରି ସିଂହଦ୍ଵାର ଦେଇ ସ୍ନାନବେଦୀରେ ଦର୍ଶନ କରିବେ । ପହଣ୍ଡି ସମୟରେ ଟିକେଟ୍ ଧାରୀମାନେ ଦକ୍ଷିଣ ଦ୍ବାରରେ ପ୍ରବେଶ କରିବେ । ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ୍ । କେବଳ ପାସ୍ ଧାରୀ ମାନେ ମରଚିକୋଟ ଚକ ପର୍ଯ୍ୟନ୍ତ ଯାଇପାରିବେ । ପାର୍କିଂ ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହୋଇଛି । ଭୁବନେଶ୍ୱରରୁ ଆସୁଥିବା ଯାନ ହରେକୃଷ୍ଣପୁର ଦେଇ ଶ୍ରୀସେତୁ ଦେଇ ଜେବିପିସିରେ ପାର୍କିଂ କରିବେ । ଶ୍ରୀମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ଭକ୍ତମାନେ ପ୍ରବେଶ କରିବେ ଓ ବାକି ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଛିନତାଇ, ଅପରାଧୀଙ୍କୁ ରୋକିବା ପାଇଁ ପୋଲିସ ମୁତୟନ ହେବେ । ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପହଣ୍ଡି ସମୟରେ ଠାକୁରଙ୍କୁ ସ୍ପର୍ଶ ମନା । ବେଳାଭୂମିରେ ଲାଇଫଗାର୍ଡଙ୍କୁ ଦାୟିତ୍ୱ ଦିଆଯାଇଛି ।