ଆସନ୍ତାକାଲି ଜୁଲାଇ ୨୯ ତାରିଖ ସୋମବାର ଦିନ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । କାରଣ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଛି ତେଣୁ ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।