ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ଭାରତୀୟ ମହିଳା

Share

ନୁଆଦିଲ୍ଲୀ:ଶ୍ରୀଲଙ୍କାର କଲମ୍ବୋରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ଭାରତୀୟ ମହିଳା।ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ପ୍ରତିନିଧିତ୍ବ କରିଥିଲେ। ସେମାନେ ହେଲେ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।ଏହି ଅବସରରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କ୍ରୀଡା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଦଳର କୋଚ ଦେବାଶିଷ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

Read more

Local News