ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗଜପତିଙ୍କ ଉପସ୍ଥିତିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ। ଏହା ପୂର୍ବରୁ ଦିନ ୧୨ଟାରେ ବେଦପାଠ ଲାଗି ଶ୍ରୀନଅରରୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞସ୍ଥଳକୁ ବିଜେ କରି ଯଜ୍ଞ କୁଣ୍ଡରେ ଆହୁତି ପ୍ରଦାନ କରିଥିଲେ ।୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ପରେ ସଭାସ୍ଥଳକୁ ଯାଇ ନିମନ୍ତ୍ରିତ ସାଧୁସନ୍ଥ ଏବଂ ଅତିଥି ମାନଙ୍କୁ ଗଜପତି ମହାରାଜ ଏବଂ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସମଗ୍ର ପୁରୀ ସହର ସଜେଇ ହୋଇଛି । କାନ୍ଥବାଡରେ ଅଙ୍କା ଯାଇଥିବା ଚିତ୍ର ଐତିହାସିକ ଗାଥାକୁ ପୁଣିଥରେ ଉଜ୍ଜୀବିତ କରିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ପୁରୀବାସୀଙ୍କ ସମେତ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ ଉତ୍ସାହ ମଧ୍ୟ ଦେଖିବାକୁ ମିଳିଛି ।