Wednesday, January 22, 2025
19.2 C
Brahmapur

ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାର’: ମୁଖ୍ୟମନ୍ତ୍ରୀ

Share

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଖାରବେଳ ଭବନରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଛନ୍ତି । ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଜନାଭିମୁଖୀ କାଯ୍ୟକ୍ରମଗୁଡି଼କୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାର’
ବୈଠକରେ ଆର୍ଥିକ ବର୍ଷ 2024-25 ବଜେଟ ମୁତାବକ ଅଦ୍ୟାବଧି ହୋଇଥିବା ଖର୍ଚ୍ଚ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ଯେଉଁ ସବୁ ବିଭାଗରେ ଅଦ୍ୟାବଧି ଖର୍ଚ୍ଚ କମ ହୋଇଛି, ସେହିସବୁ ବିଭାଗକୁ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟ ସମସ୍ତ ବିଭାଗଙ୍କୁ ମଧ୍ୟ ଅନୁରୂପ ଭାବେ ଆଗାମୀ ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Read more

Local News