ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଡକ୍ଟର ମନୋରମା ମହାନ୍ତି ନିଯୁକ୍ତି ହୋଇଛନ୍ତି । ସେ ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ବର୍ତ୍ତମାନ ତାଙ୍କୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଁ କରାଯାଇଛି । ସେହିପରି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର କୋଲକାତାକୁ ବଦଳି କରାଯାଇଛି । ମନୋରମା ମହାନ୍ତିଙ୍କ ଘର ଓଡ଼ିଶାରେ । ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରୁ ସ୍ନାତକୋତର ହାସଲ ପରେ ଭାରତୀୟ ପାଣିପାଗ ବିଭାଗରେ ଯୋଗ ଦେଇଥିଲେ । ଆରବ ସାଗର ଇତିହାସରେ ସବୁଠାରୁ ଶକ୍ତିଶାଳୀ ବାତ୍ୟା ‘ତାଉତେ’ ଓ ‘ବିପର୍ଯ୍ୟୟର’ ସଠିକ୍ ଗତିପଥ ଓ ତୀବ୍ରତା ଆକଳନ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇଥିଲା । ଏଥିପାଇଁ ସେ ଗୁଜରାଟ ସରକାରଙ୍କ ପକ୍ଷରୁ ମଧ୍ୟ ପ୍ରଶଂସିତ ହୋଇଥିଲେ ।
Share
Read more