୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ…

Share

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ଏବଂ ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଦେଖା ଦେଉଥିଲା । ତେଣୁ ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି । ଏହି ପଦବୀଗୁଡ଼ିକ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ କରାଯିବ । ଏହି ପଦବୀଗୁଡିକ ହେଲା ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର ଏବଂ ୬୦ ପୋଲିସ କନଷ୍ଟେବଳ ପଦବୀ । ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି ଜଏଣ୍ଟ ଟିମ୍‌ ଓ ୫ଟି ରିଜର୍ଭ ଟିମ୍‌ର ଆବଶ୍ୟକତା ଥିଲା । ପ୍ରତି ଟିମ୍‌ରେ ୨ଜଣ ପୋଲିସ କନଷ୍ଟେବଳ ରହିବେ । ଏହି ଟିମ୍‌ଗୁଡ଼ିକର ସମନ୍ବୟ ଓ ସୁପରିଚାଳନା ପାଇଁ ଜଣେ ଆସିଷ୍ଟାଣ୍ଟ କମିଶନର ଏବଂ ୬ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର କାର୍ଯ୍ୟ କରିବେ । ଏହି ପଦବୀଗୁଡ଼ିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ବିତ ହେବ ବୋଲି ଜଣାପଡିଛି ।

Read more

Local News