୪ର୍ଥ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୮୯ଟି ଉଚ୍ଚ ବିଦ୍ୟାଳୟର ଲୋକାର୍ପଣ ।

Share

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୪ର୍ଥ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୮୯ଟି ଉଚ୍ଚ ବିଦ୍ୟାଳୟର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଗଂଜାମ ଜିଲ୍ଲାର ୧୪୯ଟି, ଝାରସୁଗୁଡ଼ା ଜିଲ୍ଲାର ୧୧ଟି, ଜଗତସିଂହପୁର ଜିଲ୍ଲାର ୫୭ଟି, କେନ୍ଦ୍ରାପଡ଼ାର ୧୧୨ଟି ଓ ବରଗଡ଼ ଜିଲ୍ଲାର ୬୦ଟି ଉଚ୍ଚବିଦ୍ୟାଳୟ ଲୋକାର୍ପଣ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଲେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିର ଉନ୍ନତି ଓ ପ୍ରଗତି କ୍ଷେତ୍ରରେ ଆଗାମୀ ଦିନରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ ।ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ୫ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର ।ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ଏକ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ତେଣୁ ତୁମେମାନେ ଏହି ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ ୫ଟି ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର।

Read more

Local News