ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍ର ଆଇଏଏସ୍ ଅଫିସର ଏନ୍ବିଏସ୍ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି । ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ୧୯୯୬ ବ୍ୟାଚ୍ର ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ର ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ । ଏହାସହ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା । ବର୍ତ୍ତମାନ ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି । ଏହାସହ ପୂର୍ବଭଳି ସେ ଶକ୍ତି ବିଭାଗର ପ୍ରମୁଖ ସଚିବ ଓ OSSSCର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।