Thursday, July 2, 2026
36.1 C
Brahmapur

ପୁରୀ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ତଥା ଲୋକାର୍ପଣ ଉତ୍ସବ l

Share

ପୁରୀ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ତଥା ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ଚାଉଳ ଓ ଗୁଆ ଅର୍ପଣ ପାଇଁ ଆୟୋଜିତ “ଅର୍ପଣ ରଥ”କୁ ପ୍ରତି ୱାର୍ଡରେ ପ୍ରଦୀପ ପ୍ରଜ୍ବଳନ କରି ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପୂର୍ବକ ଚାଉଳ ଓ ଗୁଆ ଅର୍ପଣ କରାଯାଉଛି, ଜୟ ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇ ଭାବମୟ ପରିବେଶ ସୃଷ୍ଟି କରୁଛି..”ମହାପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ ଅର୍ପଣ ରଥ..”, ମାନ୍ୟବର ବିଧାୟକଙ୍କ ମାତା ପିତା ଭି ନିଜ ବାସଭବନ ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି ଗୁଆ ଓ ଚାଉଳ ଅର୍ପଣ କଲେ, ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ଉପ ମେୟର ଶ୍ରୀ ଇ. ବିବେକ ରେଡ୍ଡୀ, ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଚ୍ୟାୟୁ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଶ୍ରୀ ସୁବାସ ମହାରଣା, ବହୁ କର୍ପୋରେଟର, ସ୍ଥାନୀୟ ବିଜେଡି ନେତୃବୃ୍ଦ ତଥା ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କର ଭକ୍ତଗଣଙ୍କ ସମାରୋହରେ ସମାହିତ ହୋଇ ଭାବମୟ ପରିବେଶରେ ସାହି ଗଳି କନ୍ଦିରେ ଗଡିଚାଲିଛି l ଅର୍ପଣ ରଥ ଜୟ ଜଗନ୍ନାଥ

Read more

Local News